ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରୁ ପୁଣି ୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକ ମଧ୍ୟରେ ପୁଣି ୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮ ଜଣ ସଂଗରୋଧ କେନ୍ଦ୍ରରୁ ଥିବାବେ‌ଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ୩୮ ହଜାର ୧୨୧ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୫ ହଜାର ୪୯୯ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୬୫୧ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲା‌ରେ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେ‌ଳେ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୩ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୭ ଜଣ, ମୟୂରଭଞ୍ଜରୁ ୭ ଜଣ, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର