ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୨୫୮ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୫ ହଜାର ୬୬୦ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୬୨୭ ଜଣ ସଂକ୍ରମିତ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦ ଜଣ, କଟକରୁ ୫ ଜଣ, ଗଞ୍ଜାମରୁ ୨ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୯ ଜଣ, ମୟୂରଭଞ୍ଜରୁ ୮ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର