ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ

Advertisment
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩୩ ଲକ୍ଷ ୮ ହଜାର ୪୦୫ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୫ ହଜାର ୭୯୬ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୬୩୮ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବା‌ଲେଶ୍ବରରୁ ୬ ଜଣ, ବରଗଡ଼ରୁ ୭ ଜଣ, ବଲାଙ୍ଗୀରରୁ ୪ ଜଣ, କଟକରୁ ୫ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୩ ଜଣ, ଜଗତ୍‌ସିଂହପୁରରୁ ୨ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୯ ଜଣ, ମୟୂରଭଞ୍ଜରୁ ୧୧ ଜଣ, ନବରଙ୍ଗପୁରରୁ ୪ ଜଣ, ନୂଆପଡ଼ାରୁ ୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe