ଆଜି ରାଜ୍ୟରେ ୨୧୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ୨୧୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ମଧ୍ୟରୁ  ସଙ୍ଗରୋଧରୁ ୧୨୬ ଓ  ୮୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୩ ଜଣ ଚିହ୍ନଟ ହୋଇଛନ୍ତି।

ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୪୬୦ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୩୩୭ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୧୫୧ ଆକ୍ରାନ୍ତ।

ଦିନକ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୧ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୨୦ଜଣ,  ବୌଦ୍ଧରୁ ୨ଜଣ, କଟକରୁ ୨୦ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୨, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୩୩ ଜଣ, କୋରାପୁଟରୁ ୧୦ଜଣ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୨ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୨୭ ଜଣ ଓ ଷ୍ଟେଟପୁଲରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

 

ସମ୍ବନ୍ଧିତ ଖବର