ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୩୪ କରୋନା ସଂକ୍ରମିତ ଚିହ୍ନଟ

Advertisment
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୩୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୯ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୫ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୯୪ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୪୦୯ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୩୧୩ ଜଣ ଆକ୍ରାନ୍ତ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩ ଜଣ, ବରଗଡ଼ରୁ ୨୪ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧୫ ଜଣ, କଟକରୁ ୨୯ ଜଣ, ଦେଓଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୨ ଜଣ, ଜଗତ୍‌ସିଂହପୁରରୁ ୬ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୩୨ ଜଣ, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୩୩ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe