ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୬ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୫୪ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୪୩୦ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୧ ହଜାର ୧୪୪। ଏବେ ବି ସକ୍ରିୟ ଅଛନ୍ତି ୧୩୨୭ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବ ବେଳେ ବାଲେଶ୍ବରରୁ ୬ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୩ ଜଣ, କଟକରୁ ୭ ଜଣ, ଦେବଗଡ଼ରୁ ୩ ଜଣ, ଗଜପତିରୁ ୩ ଜଣ, ଜତଗତ୍‌ସିଂହପୁରରୁ ୪ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୪ ଜଣ, ମୟୂରଭଞ୍ଜରୁ ୬ ଜଣ, ନବରଙ୍ଗପୁରରୁ ୩ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୩୨ ଜଣ, ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ‌ହୋଇଛନ୍ତି। ଏପଟେ କରୋନାରେ ରାଜ୍ୟରେ ଆଉ ଜଣଙ୍କର ମୃତ୍ୟୁ ଘଟିଛିି।

ସମ୍ବନ୍ଧିତ ଖବର