ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦୨ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦୨ କରୋନା ଆକ୍ରାନ୍ତ ଚିହ୍ନଟ। ସେମାନଙ୍କ ମଧ୍ୟରୁ ୧୪୯୫ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୦୭ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୨୯୭୮୮ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୮୯୭୩୬୨ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୨୮୦୧୫ ଜଣ।

ଗତ ଦିନକ ମଧ୍ୟରେ ଅନୁଗୁଳ ଜିଲ୍ଳାରୁ ୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୬୪ ଜଣ, ବରଗଡ଼ରୁ ୧୩, ଭଦ୍ରକରୁ ୯୫, ବଲାଙ୍ଗୀରରୁ ୫, ବୌଦ୍ଧରୁ ୨୧, କଟକରୁ ୩୯୭, ଦେବଗଡ଼ରୁ ୫, ଢେଙ୍କାନାଳରୁ ୯୩, ଗଜପତିରୁ ୯, ଗଞ୍ଜାମରୁ ୮, ଜଗତ୍‌ସିଂହପୁରରୁ ୯୧, ଯାଜପୁରରୁ ୧୮୩, ଝାରସୁଗୁଡ଼ାରୁ ୨୬, କଳାହାଣ୍ଡିରୁ ୯, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୫୯, କେନ୍ଦୁଝରରୁ ୭୨, ଖୋର୍ଦ୍ଧାରୁ ୫୨୯, କୋରାପୁଟ୍‌ରୁ ୩୨, ମାଲକାନଗିରିରୁ ୩୨, ମୟୂରଭଞ୍ଜରୁ ୧୪୧, ନବରଙ୍ଗପୁରରୁ ୧୮, ନୟାଗଡ଼ାରୁ ୬୨, ନୂଆପଡ଼ାରୁ ୫, ପୁରୀରୁ ୧୭୪, ରାୟଗଡ଼ାରୁ ୩୩, ସମ୍ବଲପୁରରୁ ୨୫, ସୋନପୁରରୁ ୧୭, ସୁନ୍ଦରଗଡ଼ରୁ ୬୪ ଓ ‌ଷ୍ଟେଟ୍‌ପୁଲ୍‌ରୁ ୧୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe