ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୬ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ନୂଆ ସଂକ୍ରମିତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧ ହୋଇଥିବା ବେଳେ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୨ ହଜାର ୨୩୯ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୦୧୩ ଜଣ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩ ଜଣ, ବରଗଡ଼ରୁ ୭ ଜଣ, କଟକରୁ ୩ ଜଣ, ଦେବଗଡ଼ରୁ ଜଣେ, ଗଜପତିରୁ ଜଣେ, ଜଗତ୍ସିଂହପୁରରୁ ଜଣେ, ଯାଜପୁରରୁ ଜଣେ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୮ ଜଣ, ମୟୂରଭଞ୍ଜରୁ ୨ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୬ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍ପୁଲ୍ରୁ ୨ ଜଣ ଚିହ୍ନଟ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/02/Corona-in-Odisha-on-2nd-February_Thumbnail.jpg)