ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ

ଭୁବନେଶ୍ବର: ଧୀରେ ଧୀରେ କମ୍‌ ହେବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୪୮ ଜଣ ସଂଗରୋଧ କେନ୍ଦ୍ରରୁ ଓ ୧୦୩ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି।

ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୧୧୭ରେ ପହଞ୍ଚିଛି। ସେହିପରି ଏବ‌େ ବି ସକ୍ରିୟ ଅଛନ୍ତି ୨୪୫୧ ଜଣ। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୫ ହଜାର ୭୩୩ ଜଣ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

New Indian Express

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୮ ଜଣ, ବରଗଡ଼ରୁ ୧୫ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୧୩ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୪ ଜଣ, ଦେଓଗଡ଼ରେ ୪ ଜଣ, ଗଞ୍ଜାମରୁ ୩ ଜଣ, ଜଗତ୍‌ସିଂହପୁରରୁ ୨ ଜଣ, ଯାଜପୁରରୁ ୧୪ ଜଣ, ଝାରସୁଗୁଡ଼ାରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ଖୋର୍ଦ୍ଧାରୁ ୧୪ ଜଣ, କୋରାପୁଟ୍‌ରୁ ୫, ମୟୂରଭଞ୍ଜରୁ ୪ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୨୩ ଜଣ, ପୁରୀରୁ ୧୨ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୩୪ ଓ ଷ୍ଟେଟ୍‌ ପୁଲ୍‌ରୁ ୩ ଜଣ ଚିହ୍ନଟ ହୋଇଛନ୍ତି। ଏପଟେ କରୋନାରେ ପୁଣି ୪ ଜଣଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧିତ ଖବର