ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୫୪୮ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୨ ହଜାର ୭୩୩ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୮୫୩ ଜଣ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩ ଜଣ, ବରଗଡ଼ରୁ ୬ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୫ ଜଣ, ଦେଓଗଡ଼ରୁ ୩ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୨ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୫ ଜଣ, ମୟୂରଭଞ୍ଜରୁ ୫ ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୭ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ୍ପୁଲ୍ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/02/02f22ed2-c718-4887-b373-e9520f93d28b.jpg)