ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୪ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୫୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୮୬୬ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୦ ହଜାର ୩୨୧ ଜଣ। ଏବେ ବି ସକ୍ରିୟ ଅଛନ୍ତି ୧୫୮୯ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୮ ଜଣ, ବରଗଡ଼ରୁ ୧୨ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ଜଣେ, କଟକରୁ ୬ ଜଣ, ଦେବଗଡ଼ରୁ ଜଣେ, ଗଜପତିରୁ ଜଣେ, ଗଞ୍ଜାମରୁ ୪ ଜଣ, ଜଗତ୍‌ସିଂହପୁରରୁ ୪ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୯ ଜଣ, କୋରାପୁଟରୁ ୯ ଜଣ, ମୟୂରଭଞ୍ଜରୁ ୨ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୨୩ ଜଣ, ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୭ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର