ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୬୭୪ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୪ ହଜାର ୯୦୨ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୮୦୨ ଜଣ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, କଟକରୁ ୩ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଯାଜପୁରରୁ ୫ ଜଣ ଝାରସୁଗୁଡ଼ାରୁ ୨ ଜଣ, ଖୋର୍ଦ୍ଧାରୁ ୬ ଜଣ, ମୟୂରଭଞ୍ଜରୁ ୩ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର