ମୋନାଲିସାଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏମ୍‌ସ୍‌ ଅଣାଗଲା

Advertisment
ଏମ୍ସ ଠିକା ଶ୍ରମିକଙ୍କ ବେତନରୁ କଟୁଛି ୭୫୦ ଟଙ୍କା, କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

Justdial

ଭୁବନେଶ୍ୱର : କର୍କଟ ପୀଡ଼ିତା ବାଲେଶ୍ବର ଜିଲ୍ଲାର ମେଧାବୀ ଛାତ୍ରୀ ମୋନାଲିସାଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ସହାୟତାର ହାତ ବଢ଼ାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଓ ବିଡିଓ ମୋନାଲିସାଙ୍କ ଘରକୁ ଯାଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥି‌ଲେ। ପରେ ଡାକ୍ତରଙ୍କ ପରାମର୍ଶକ୍ରମେ ଜିଲ୍ଲା ପ୍ରଶାସନ ପକ୍ଷରୁ ତାକୁ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ବର ଏମ୍‌ସ୍‌ ଅଣାଯାଇ ସେଠାରେ ଚିକିତ୍ସା‌ ଆରମ୍ଭ କରାଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମୋନାଲିସାକୁ ସମସ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ତାକୁ ରେଡ୍‌କ୍ରସ୍ ପାଣ୍ଠିରୁ ୧୦ ହଜାର ଟଙ୍କା ସହାୟତା ଦିଆଯାଇଛି। ସୂଚନାଯୋଗ୍ୟ ଯେ କର୍କଟ ପୀଡ଼ିତା ମୋନାଲିସା ଚଳିତ ବର୍ଷ ବାମ ହାତରେ ମାଟ୍ରିକ୍ ପରୀକ୍ଷା ଦେଇ ୮୦% ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe