ଭୁବନେଶ୍ବର: ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବାରୋପ କରିଆସିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି।
ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ସରକାର ରାଜ୍ୟ ପ୍ରଦୁଷଣ ନିୟନ୍ତ୍ରଣ ବୋର୍ଡ ବାଲେଶ୍ବର ଶାଖାର ପୂର୍ବତନ ରିଜିଓନାଲ ମ୍ୟାନେଜର ନରୋତ୍ତମ ବେହେରାଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ଶ୍ରୀ ବେହେରା ବର୍ତ୍ତମାନ ନିଲମ୍ବିତ ଅଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୨ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରିରୁ ବହିଷ୍କାର କରାଯାଇଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/11/t-167.jpg)