ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଉତ୍ତର: ଓଡ଼ିଶାରେ ବଢ଼ୁଛି ମହିଳା ବିରୋଧୀ ଅପରାଧ

ଭୁବନେଶ୍ବର: ଓଡ଼ିଶାରେ ମହିଳା ବିରୋଧୀ ଅପରାଧ ବଢ଼ୁଥିବା ନେଇ ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ବିଧାନସଭାରେ ଉଦବେଗ ପ୍ରକାଶ କରିଛନ୍ତି। ଶ୍ରୀ ପଟ୍ଟନାୟକଙ୍କର ଏସଂପର୍କୀତ ଏକ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି, ରାଜ୍ୟରେ ୨୦୨୦ ମସିହାରେ ୨୯୮୪ଟି , ୨୦୨୧ରେ ୩୩୨୭ଟି ଓ ୨୦୨୨ ଏପ୍ରିଲ ୩୦ ତାରିଖ ମଧ୍ୟରେ ୮୬୮ଟି ଦୁଷ୍କର୍ମ ମାମଲା ପଞ୍ଜିକୃତ ହୋଇଛି। ସେହିପରି୨୦୨୦ ମସିହାରେ ୭୯୩୭, ୨୦୨୧ରେ ୧୦୦୧୮ଟି ଓ ୨୦୨୨ ଏପ୍ରିଲ ୩୦ ମଧ୍ୟରେ ୩୫୩୪ଟି ମହିଳା ଅସଦାଚରଣ ମାମଲା ଥାନାରେ ପଞ୍ଜିକୃତ ହୋଇଛି। ୨୦୨୦ ମସିହାରେ ୩୭୨୦ଟି, ୨୦୨୧ରେ ୫୧୭୫ଟି ଓ ୨୦୨୨ ଏପ୍ରିଲ ୩୦ ସୁଦ୍ଧା ୧୯୮୩ଟି ୨୦୨୦ ମସିହାରେ ୨୯୮୪ଟି , ୨୦୨୧ରେ ୩୩୨୭ଟି ଓ ୨୦୨୨ ଏପ୍ରିଲ ୩୦ ତାରିଖ ମଧ୍ୟରେ ୮୬୮ଟି ଦୁଷ୍କର୍ମ ମାମଲା ପଞ୍ଜିକୃତ ହୋଇଛି।
ସେ ଆହୁରି କହିଛନ୍ତି, ୨୦୨୦ ମସିହାରେ ୩୭୨୦ଟି, ୨୦୨୧ରେ ୫୧୭୫ଟି ଓ ୨୦୨୨ ଏପ୍ରିଲ ୩୦ ସୁଦ୍ଧା ୧୯୮୩ଟି  ମହିଳା ଅପହରଣ ମାମଲାପଞ୍ଜିକୃତ ହୋଇଛି।
ସେହିପରି ୨୦୨୦ରେ ୩୧୫୩ଟି, ୨୦୨୧ରେ ୪୮୮୯ଟି, ୨୦୨୨ ଏପ୍ରିଲ ସୁଦ୍ଧା ୧୪୩୦ଟି ଘରୋଇ ହିଂସା ମାମଲା ପଞ୍ଜିକୃତ ହୋଇଛି। ଏଣେ ୨୦୨୦ରେ ୩୧୫୩ଟି, ୨୦୨୧ରେ ୪୮୮୯ଟି ଓ ୨୦୨୨ ଏପ୍ରିଲ ସୁଦ୍ଧା ୧୪୩୦ଟି ଘରୋଇ ହିଂସା ମାମଲା ପଞ୍ଜିକୃତ ହୋଇଛି।
ଅପରପକ୍ଷରେ ୨୦୨୦ ମସିହାରେ ୩୭୫୯ଟି, ୨୦୨୧ରେ ୪୯୫୩ଟି ଓ ୨୦୨୨ ଏପ୍ରିଲ ୩୦ ତାରିଖ ସୁଦ୍ଧା ୧୪୪୨ଟି ଯୌତୁକ ନିର୍ଯାତନା ମାମଲା ପଞ୍ଜିକୃତ ହୋଇଛି।

ସମ୍ବନ୍ଧିତ ଖବର