ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮ ୫ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୮୩ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧ ୪ ହଜାର ୬୨୯ ଛୁଇଁଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୫ ହଜାର ୮୧୩ ଜଣ। ଏବେ ବି ସକ୍ରିୟ ଅଛନ୍ତି ୭ ହଜାର ୧୦୬ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପଟେ କରୋନାରେ ପୁଣି ୧୭ ଜଣଙ୍କର ମୃତ୍ୟୁ ଘଟିଛି।
22. Nawarangpur: 9
23. Nayagarh: 8
24. Nuapada: 68
25. Puri: 23
26. Rayagada: 2
27. Sambalpur: 25
28. Sundargarh: 55
29. State Pool: 12New recoveries: 905
Cumulative tested: 5604532
Positive: 314629
Recovered: 305813
Active cases: 7106— I & PR Department, Odisha (@IPR_Odisha) November 23, 2020
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩୮ ଜଣ, ବରଗଡ଼ରୁ ୧୮ ଜଣ, ଭଦ୍ରକରୁ ୧୫ ଜଣ, ବଲାଙ୍ଗୀରରୁ ୨୮ ଜଣ, ବୌଦ୍ଧରୁ ୭ ଜଣ, କଟକରୁ ୩୭ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୪, ଗଞ୍ଜାମରୁ ୧୨ ଜଣ, ଜଗତ୍ସିଂହପୁରରୁ ୨୫ ଜଣ, ଯାଜପୁରରୁ ୧୮ ଜଣ, ଝାରସୁଗୁଡ଼ାରୁ ୨୩ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେନ୍ଦୁଝରରୁ ୩୮ ଜଣ, ଖୋର୍ଦ୍ଧାରୁ ୫୬ ଜଣ, ମାଲକାନଗିରିରୁ ୮ ଜଣ, ମୟୂରଭଞ୍ଜରୁ ୫୦ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ରୁ ୮ ଜଣ, ନୂଆପଡ଼ାରୁ ୬୮ ଜଣ, ପୁରୀରୁ ୨୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୨୫ ଜଣ, ସୁନ୍ଦରଗଡ଼ରୁ ୫୫ ଜଣ ଓ ଷ୍ଟେଟ୍ପୁଲ୍ରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।