ସ୍ବର୍ଗତ ଲଲାଟେନ୍ଦୁ ମହାପାତ୍ରଙ୍କ ଜୟନ୍ତୀ ପାଇଁ ରାଜ୍ୟସ୍ତରୀୟ ପ୍ରତିଯୋଗିତା

ଭୁବନେଶ୍ବର : ବିଶିଷ୍ଟ ଯୁବନେତା, ପୂର୍ବତନ ବିଧାୟକ ସ୍ବର୍ଗତ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ୫୫ତମ ଜୟନ୍ତୀ ପାଳନର ଅବ୍ୟବହିତ ପୂର୍ବରୁ ଲୁଲୁ ମହାପାତ୍ର ରାଜ୍ୟସ୍ତରୀୟ ସ୍ମୃତି କମିଟି ପକ୍ଷରୁ ପୁରୁଣା ଭୁବନେଶ୍ବରର କୋରାପୁଟ ଭବନରେ ଏକ ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ସ୍ମୃତି କମିଟି ସଭାପତି ତଥା ପିସିସି ଉପସଭାପତି ଶୁଭେନ୍ଦୁ ମହାନ୍ତି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଏଥିରେ ସ୍କୁଲଗୁଡ଼ିକର ପ୍ରାୟ ୪ଶହ ଛାତ୍ରଛାତ୍ରୀ ଚିତ୍ରାଙ୍କନ, ପ୍ରବନ୍ଧ, ସାଧାରଣ ଜ୍ଞାନ ଓ ଆଧୁନିକ ନୃତ୍ୟ ପ୍ରଭୃତି ପ୍ରତିଯୋଗିତାରେ ଅ˚ଶଗ୍ରହଣ କରିଥିଲେ। ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଆଗାମୀ ୧୪ ତାରିଖରେ ସ୍ବର୍ଗତ ମହାପାତ୍ରଙ୍କ ଜୟନ୍ତୀ ପାଳନ କାର୍ଯ୍ୟକ୍ରମରେ ପୁରସ୍କାର ବିତରଣ କରାଯିବ।

ସମ୍ବନ୍ଧିତ ଖବର