ଜାଣନ୍ତୁ, ଏବେ ସୁଦ୍ଧା ଓଡ଼ିଶାର କେଉଁ ଜିଲ୍ଲାରେ କେତେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ସକାଳେ ୧୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ୨୧ଟି ଜିଲ୍ଲାରୁ ମୋଟ ୩୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏବେ ସୁଦ୍ଧା ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୬୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୪୨ ଜଣ, ଭଦ୍ରକ ଜିଲ୍ଲାରୁ ୩୧ ଜଣ, ଅନୁଗୁଳ ଜିଲ୍ଲାରୁ ୧୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ପୁରୀ ଓ ବୌଦ୍ଧ ଜିଲ୍ଲାରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ, ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏତଦବ୍ୟତୀତ ନୟାଗଡ଼, କୋରାପୁଟ, ଦେବଗଡ଼ ଓ ଢେଙ୍କାନାଳ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟର ମୋଟ ୩୯୧ ଆକ୍ରାନ୍ତଙ୍କ ମଧ୍ୟରୁ ଏବେ ୩୨୦ଜଣଙ୍କଠାରେ କରୋନା ଭୁତାଣୁ ସକ୍ରିୟ ରହିଛି। ୬୮ ଜଣ ସୁସ୍ଥ ହୋଇ ଫେରିଛନ୍ତି ଓ ୩ଜଣଙ୍କର ମୃତ୍ୟୁ  ଘଟିଛି।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସକାଳେ ଗଞ୍ଜାମ ଜିଲ୍ଲାରୁ ୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର