୧୪ ହଜାର ଟପିଲା ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୫୪୩ଜଣ କରୋନା ପଜିଟିଭ୍ ଚିହ୍ନଟ

Advertisment
୧୪ ହଜାର ଟପିଲା ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୫୪୩ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ୫୪୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୨୮୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ଭିତରୁ ୩୫୪ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୮୯ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।

ସୂଚନା ଅନୁଯାୟୀ, ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୮, ଖୋର୍ଦ୍ଧାରୁ ୮୭,ସୁନ୍ଦରଗଡ଼ ଜିଲ୍ଲାରୁ ୫୨,  ଗଜପତିରୁ ୨୯, ରାୟଗଡ଼ାରୁ ୨୪, କଟକରୁ ୩୯, କେନ୍ଦୁଝର ଓ ମୟୂରଭଞ୍ଜରୁ ୨୨ ଜଣ ଲେଖାଏଁ କରୋନା ପିଜିଟିଭ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ, ମାଲକାନଗିରି ଜିଲ୍ଲାରୁ ୧୧, ଜଗତସିଂହପୁର ଜିଲ୍ଲାରୁ ୧୫, କେନ୍ଦ୍ରାପଡ଼ାରୁ ୧୦, ବାଲେଶ୍ବର ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୭, ଝାରସୁଗୁଡ଼ା ଜିଲ୍ଲାରୁ ୬, ବୌଦ୍ଧରୁ ୭, ବଲାଙ୍ଗୀର ଜିଲ୍ଲାରୁ ୫, ବରଗଡ଼ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, ଯାଜପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ଏବେ ରାଜ୍ୟରେ ମୋଟ୍ ୯୨୫୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୯୨୯ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe