ବିଧାନସଭାରେ ଉପସ୍ଥାପନ ହେଲା ୧୧,୨୦୦ କୋଟିର ଅତିରିକ୍ତ ବଜେଟ୍

ଭୁବନେଶ୍ବର : ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ ଚଳିତ ଆର୍ଥିକ ବର୍ଷ ପାଇଁ ୧୧,୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ପରେ ଚଳିତ ଆର୍ଥିକ ବର୍ଷରେ ରାଜ୍ୟ ବଜେଟର ଆକାର ୧ ଲକ୍ଷ ୬୧ ହଜାର କୋଟି ଟପିଯାଇଛି ।

ଆଜି ବିଧାନସଭାରେ ପ୍ରଥମ ଦିନରେ ବିରୋଧୀଙ୍କ ହୋହାଲ୍ଲା ମଧ୍ୟରେ ଅର୍ଥମନ୍ତ୍ରୀ ଅତିରିକ୍ତ ବଜେଟ ଉପସ୍ଥାପନ କରିଥିଲେ । ଏହା ପରେ ବିଧାନସଭାକୁ ଆସନ୍ତା କାଲି ପର୍ଯ୍ୟନ୍ତ ମୁଲତବୀ କରାଯାଇଛି ।

ଗତ ଫେବ୍ରୁଆରି ମାସରେ ରାଜ୍ୟ ସରକାର ପ୍ରାୟ ଦେଢ ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିଲେ । ଫଳରେ ଆଗାମୀ ଅତିରିକ୍ତ ବଜେଟ ପରେ ବଜେଟର ଆକାର ଆହୁରି ବୃଦ୍ଧି ପାଇବା ସମ୍ଭାବନା ରହିଛି ।

ଗତ ଆର୍ଥିକ ବର୍ଷରେ ରାଜ୍ୟ ସରକାର ପ୍ରାୟ ୮୧୨୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପନ କରିଥିଲେ । ଏହି ଅତିରିକ୍ତ ବଜେଟ ପରେ ରାଜ୍ୟ ବଜେଟର ଆକାର ୧ ଲକ୍ଷ ୪୭ ହଜାର କୋଟିକୁ ବୃଦ୍ଧି ପାଇଥିଲା ।

ସମ୍ବନ୍ଧିତ ଖବର