ଭୁବନେଶ୍ବର: ଗୋଟିଏ ପଟେ ରତ୍ନଭଣ୍ଡାର ଖୋଲିବାକୁ ନେଇ ସବୁଠି ଉତ୍ସାହ ଲାଗିରହିଛି । ଆଉ ଏହାରି ଭିତରେ ବିଜେପି ସରକାରର ଏହି ପଦକ୍ଷେପକୁ ପ୍ରଂଶସା କରିଛନ୍ତି ବିଜେଡିର ବରିଷ୍ଠ ନେତା ତଥା ବଡ଼ଚଣାର ପୂର୍ବତନ ବିଧାୟକ ଅମର ଶତପଥୀ। ସେ କହିଛନ୍ତି, ରତ୍ନଭଣ୍ଡାର ଖୋଲିବା ପାଇଁ ସାରା ବିଶ୍ୱର ଜଗନ୍ନାଥ ପ୍ରେମୀ ଚାହିଁ ରହିଥିଲେ। ରତ୍ନଭଣ୍ଡାର ଉପରେ ଯେଉଁ ପ୍ରହେଳିକା ଥିଲା, ତାହା ମଧ୍ୟ ଦୂର ହେବ। ଏହା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି କହିଛନ୍ତି ଅମର ଶତପଥୀ।
ଖାଲି ସେତିକି ନୁହେଁ, ବିଜେପି ସରକାରକୁ ପ୍ରଂଶସା କରି ଅମର ଶତପଥୀ କହିଛନ୍ତି, ବିଜେପିର ଏହା ନିର୍ବାଚନ ପ୍ରତିଶ୍ରୁତି ଥିଲା। ତାହା ସେମାନେ ପାଳନ କରିଛନ୍ତି। ତେବେ ଚାବି କେଉଁଠି ଅଛି ତାର ରିପୋର୍ଟ ସାର୍ବଜନୀନ ହେବା ଦରକାର ବୋଲି ସେ କହିଛନ୍ତି। ଏଥିସହ ଯିଏ ଦୋଷ କରିଥିବ ତା ଉପରେ କାର୍ଯ୍ୟାନୁଷ୍ଠାନ ହେବା ଉଚିତ୍ ବୋଲି କହିଛନ୍ତି ବରିଷ୍ଠ ବିଜେଡି ନେତା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/07/0573fade-71e2-436c-9a34-5dcada205231.jpeg)