ଭୁବନେଶ୍ବର: ରତ୍ନଭଣ୍ଡାର ଖୋଲାଯିବା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତିା ସେ କହିଛନ୍ତି, ଏନେଇ ନିଷ୍ପତ୍ତି ସରିଥିବା ବେଳେ ମୋଡାଲିଟି ପ୍ରସ୍ତୁତ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ। ଏଥିଲାଗି ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରାଯିବ।  ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ତାରିଖ ଚାଲୁଛି ଏହା ଏକ ଗୁଜବ, ଏହି ଗୁଜବକୁ ଲୋକେ ବିଶ୍ବାସ ନ କରନ୍ତୁ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ନିବେଦନ କରିଛନ୍ତିା

Advertisment
ସୂଚନାଯୋଗ୍ୟ ଯେ, ଜୁଲାଇ ୮ରୁ ଖୋଲିପାରେ ରତ୍ନଭଣ୍ଡାର। ଏହିଦିନଠୁ ଆରମ୍ଭ ହୋଇପାରେ ଗଣତି ଓ ମଣତି କାମ। ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଆସନ୍ତା ୪ ତାରିଖରେ ଓଡିଶା ଆସୁଛନ୍ତି। ତାଙ୍କ ଗସ୍ତସୂଚୀରୁ ଏଭଳି ସଙ୍କେତ ମିଳିଛି। ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଜୁଲାଇ ୫ ତାରିଖ ଅପରାହ୍ଣ ୨ଟା ପରେ ରତ୍ନଭଣ୍ଡାର ଗଣତି ମଣତିକୁ ନେଇ ବୈଠକ ହେବ। ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଜୁଲାଇ ୮ ତାରିଖରୁ ରତ୍ନୠଣ୍ଡାର ଖୋଲିବା ସହ ଗଣତିମଣିତ କାମ ଆରମ୍ଭ ହୋଇପାରେ। ଏଭଳି ୧୯ ଦିନ ଧରି ୮ ତାରିଖରୁ ୨୭ ତାରିଖ ଯାଏଁ ରତ୍ନଭଣ୍ଡାର କାମ ଚାଲିବ ବୋଲି କୁହାଯାଉଛି।