ରାଜ୍ୟରେ ଆହୁରି କଡାକଡି ହେବ ରାତ୍ରିକାଳୀନ କର୍ଫ୍ୟୁ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ଵର: କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢୁଥିବାବେଳେ ରାଜ୍ୟରେ ଆହୁରି କଡ଼ାକଡ଼ି ହେବ ନାଇଟ କର୍ଫ୍ୟୁ । କିଛି ଏଭଳି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ | ନବ କହିଛନ୍ତି ଯେ ୧୦ ଜିଲ୍ଲାରେ ରାତି ୧୦ଟାରୁ ସକାଳ ୫ଟା ଯାଏଁ ଏନଫୋର୍ସମେଣ୍ଟ କଡ଼ାକଡ଼ି କରାଯାଉଛି । ସୀମାବର୍ତ୍ତି ଜିଲ୍ଲାର ଯେଉଁ ଲୋକ ପଡୋଶୀ ଛତିଶଗଡ଼ରୁ ଆସୁଛନ୍ତି ସେମାନଙ୍କୁ ଅନୁଧ୍ୟାନ କରାଯାଉଛି । ଜିଲ୍ଲାପାଳ ଓ ପୁଲିସ ପ୍ରଶାସନକୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଗତକାଲି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ ।

ବରିଷ୍ଠ ଅଧିକାରୀମାନଙ୍କୁ ପଶ୍ଚିମ ଓଡିଶା ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆଜି ଉନ୍ନୟନ କମିଶନର ଝାରସୁଗୁଡା ଓ ସୁନ୍ଦରଗଡ ଯାଇଛନ୍ତି । ମୁଖ୍ୟ ଶାସନ ସଚିବ ମଧ୍ୟ ଯିବେ । ଔଷଧ,ବେଡ଼, ଅକ୍ସିଜେନ ସବୁ ମହଜୁଦ ଅଛି । ଯଦି ସଚେତନ ନ ହେବା ସ୍ଥିତି ଭୟଙ୍କର ହେବ । ରାଜ୍ୟରେ ଯେତିକି କୋଭିସିଲଡ଼ ଟୀକା ଅଛି ତାହା ୨ ରୁ ୩ ଦିନ ଯିବ । ଆମେ ଅଧିକ ଟିକା ଯୋଗାଇ ଦେବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛୁ । ସେହିପରି ଡ଼ିଏମଇଟି ସି.ବି.କେ ମହାନ୍ତି କହିଛନ୍ତି ଯେ ନାଇଟ କର୍ଫ୍ୟୁ ସଂକ୍ରମଣ ରୋକିବାର ଏକ ମାଧ୍ୟମ ।

ରାତିରେ କ୍ଳବ ଓ ପାର୍ଟି ରେ ଯେଉଁ ଗହଳି ହୋଇଥାଏ ତାକୁ ରୋକିବା ପାଇଁ ନାଇଟ କର୍ଫ୍ୟୁର ଆବଶ୍ୟକତା ରହିଛି । ବର୍ତ୍ତମାନ ଭାଇରସ ପୂର୍ବ ଅପେକ୍ଷା ଅଧିକ ସଂକ୍ରମିତ କରୁଛି । କିନ୍ତୁ ରୋଗୀଙ୍କ ପାଇଁ ହସ୍ପିଟାଲର ଆବଶ୍ୟକ କମ ପଡ଼ୁଛି । ଆଇସିୟୁ, ବେଡ଼, ଭେଣ୍ଟିଲେଟର ବିଶେଷ ଆବଶ୍ୟକତା ରହୁନି ।

ସମ୍ବନ୍ଧିତ ଖବର