ପୁରୀ: ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ଵବିଦ୍ୟାଳୟର ହଷ୍ଟେଲରେ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ପିଜି ପ୍ରଥମ ବର୍ଷର ଛାତ୍ରୀ ଥିଲେ। ତାଙ୍କର ନାଆଁ ପ୍ରଜ୍ଞାପରମିତା ପରିଡ଼ା ବୋଲି ଜଣାଯାଇଛି।
ସେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ତାଙ୍କ ଘର କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ ବୋଲି ସୂଚନା ମିଳିଛି। ଘଟଣାସ୍ଥଳରେ ସି ବିଚ୍ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।