ଅଜଣା ଗାଡ଼ି ଧକ୍କାରେ ଚାଲିଗଲା କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ଜୀବନ

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ଜୀବନ

ପାପଡ଼ାହାଣ୍ଡି: ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ମୃଗବିହାର ନିକଟରେ ଅଜଣା ଗାଡ଼ି ଧକ୍କାରେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ରଜଣକ ନବରଙ୍ଗପୁରର ଜି. ଈଶ୍ୱର ରାଓ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ, ନବରଙ୍ଗପୁର ସହରର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ଜି ଈଶ୍ୱର ରାଓ ଓ ଆକାଶ ଷଡ଼ଙ୍ଗୀ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ଏକ ସ୍କୁଟି (ଓଡି୨୪ଜେ ୩୧୦୯) ଯୋଗେ ପାପଡ଼ାହାଣ୍ଡି ଆଦର୍ଶ ବିଦ୍ୟାଳୟକୁ ଯାଉଥିଲେ। ଏହି ସମୟରେ ମୃଗ ବିହାର ନିକଟରେ ଏକ ଅଜଣା ଗାଡ଼ି ସ୍କୁଟିକୁ ଧକ୍କା ଦେଇ ଚାଲିଯାଇଥିଲା। ଯାହା ଫଳରେ ଦୁଇ ଛାତ୍ର ରାସ୍ତାକଡ଼ରେ ଛିଟିକି ପଡ଼ିଥିଲେ। ଈଶ୍ୱର ଘଟଣାସ୍ଥଳରେ ହିଁ ମୃତ୍ୟୁବରଣ କରିଥିବା ବେଳେ ଆକାଶ ସାମାନ୍ୟ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପାପଡ଼ାହାଣ୍ଡି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe