ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମଦର୍ସ ପବ୍ଲିକ୍‌ ସ୍କୁଲର କୃତୀ ଛାତ୍ରୀ

ଭୁବନେଶ୍ବର: ଦଶମ ଓ ଦ୍ବାଦଶ ଶ୍ରେଣୀର ସିବିଏସ୍ଇ ପରୀକ୍ଷାରେ ଉଲ୍ଲେଖନୀୟ କୃତୀତ୍ବ ହାସଲ କରିଥିବା ମଦର୍ସ ପବ୍ଲିକ ସ୍କୁଲର ଛାତ୍ରୀମାନେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସଠାରେ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ।

ଏହି ଛାତ୍ରୀମାନେ ହେଲେ ଦଶମ ଶ୍ରେଣୀର ଶ୍ରେୟା ପଟ୍ଟନାୟକ ଓ ସ୍ବୟଂଶ୍ରୀ ଗହନ ଏବଂ ଦ୍ବାଦଶ ଶ୍ରେଣୀର ଶ୍ରେୟା ଶ୍ରୀପଦା । ଏମାନେ ସମସ୍ତେ ଭୁବନେଶ୍ବରସ୍ଥିତ ମଦର୍ସ  ପବ୍ଲିକ୍‌ ସ୍କୁଲର ଛାତ୍ରୀ। ଶ୍ରେୟା ଦଶମ ଶ୍ରେଣୀରେ ଶତ ପ୍ରତିଶତ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ଶ୍ରେଷ୍ଠ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସ୍ଥାନ ହାସଲ କରିଥିବା ବେଳେ ସ୍ବୟଂଶ୍ରୀ ୯୯.୬ ପ୍ରତିଶତ ନମ୍ବର ରଖିଛନ୍ତି । ସେହିପରି ଦ୍ବାଦଶ ଶ୍ରେଣୀର ଶ୍ରେୟା ଶ୍ରୀପଦା ୯୭ ପ୍ରତିଶତ ନମ୍ବର ରଖିଛନ୍ତି ।

ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ସେମାନଙ୍କର ଭବିଷ୍ୟତର ଲକ୍ଷ୍ୟ ସଂପର୍କରେ ପଚାରି ବୁଝିଥିଲେ । ଶ୍ରେୟା ପଟ୍ଟନାୟକ ଭବିଷ୍ୟତରେ ଜଣେ ଡାକ୍ତର ହେବାକୁ ଇଚ୍ଛା ରଖିଥିବା ବେଳେ, ସ୍ବୟଂଶ୍ରୀ ଜଣେ ବୈଜ୍ଞାନିକ ହେବାକୁ ଚାହାଁନ୍ତି ବୋଲି କହିଥିଲେ । ସେହିପରି ଦ୍ବାଦଶ ଶ୍ରେଣୀର ଶ୍ରେୟା ଶ୍ରୀପଦା ଜଣେ ଚାଟାର୍ଡ ଆକାଉଣ୍ଟାଣ୍ଟ ହେବାକୁ ଚାହାଁନ୍ତି ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଉଜ୍ଜଳ ଭବିଷ୍ୟତ ପାଇଁ ଶୁଭକାମନା ଜଣାଇଥିଲେ । ସ୍କୁଲର ପ୍ରିନସିପାଲ ଓ ଭାଇସ ପ୍ରିନସିପାଲ ମଧ୍ୟ ପିଲାମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।

ସମ୍ବନ୍ଧିତ ଖବର