ବେଆଇନ ବାଲିଘାଟରେ ଚଢ଼ଉ ବେଳେ ପ୍ରାଣାନ୍ତକ ଆକ୍ରମଣର ଶିକାର ହେଲେ ବାଲେଶ୍ବର ଉପଜିଲ୍ଲାପାଳ

Advertisment
ବେଆଇନ ବାଲିଘାଟରେ ଚଢ଼ଉ ବେଳେ ପ୍ରାଣାନ୍ତକ ଆକ୍ରମଣର ଶିକାର ହେଲେ ବାଲେଶ୍ବର ଉପଜିଲ୍ଲାପାଳ

ବାଲେଶ୍ଵର: ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଫିଲାଡି କଣ୍ଟାବଣିଆ ନିକଟ ବୁଢାବଳଙ୍ଗ ନଦୀରେ ଏକ ବେଆଇନ ବାଲିଘାଟରେ ଚଢ଼ଉ କରିବାକୁ ଯାଇ ବାଲେଶ୍ଵର ଉପଜିଲ୍ଲାପାଳ କୁନାଲ ମୋତିରାମ ଚୌହାନ ଏବଂ ତାଙ୍କ ଡ୍ରାଇଭର ପ୍ରାଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି  ଆଜି ଉପଜିଲ୍ଲାପାଳ ଦ୍ୱିପ୍ରହର ସମୟରେ ଏକ ଅବକାରୀ ଗାଡ଼ିରେ ଅତର୍କିତ ଚଢ଼ଉ ବେଳେ ମାଫିଆମାନେ ଇଟା, ବେଲଚା ଆଉ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ମାଫିଆମାନେ ଛତ୍ରଭଙ୍ଗ ଦେଇ ଫେରାର ହୋଇଥିଲେ।

publive-image

ପ୍ରାଣାନ୍ତକ ଆକ୍ରମଣର ଶିକାର ହେଲା ପରେ ଉଭୟ ଉପଜିଲ୍ଲାପାଳ ଓ ଡ୍ରାଇଭରଙ୍କୁ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରୁ ପୁଲିସ୍ ଉପଜିଲ୍ଲାପାଳଙ୍କ ଗାଡ଼ି ଓ ଅବକାରୀ ଗାଡ଼ିକୁ ଉଦ୍ଧାର କରିଛି । ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ବାଲେଶ୍ଵର ଏସ୍‌ପି ଓ ଜିଲ୍ଲାପାଳ ପହଞ୍ଚି ଉଭୟଙ୍କୁ ଦେଖାକରିବା ସହ ସ୍ଥିତିକୁ ଅନୁଧ୍ୟାନ କରିଛନ୍ତି। ଏହାସହ ଘଟଣାସ୍ଥଳରେ ଏକ ପୁଲିସ୍ ଟିମ୍ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ଆକ୍ରମଣକାରୀଙ୍କୁ ଚିହ୍ନଟ କରି ଖିବ ଶୀଘ୍ର ଗିରଫ କରାଯିବ ବୋଲି ଏସପି କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe