ରାଇରଙ୍ଗପୁରରେ ଉପଖଣ୍ଡସ୍ତରୀୟ ଯୁଗ୍ମ ଜନ ଶୁଣାଣି

ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡ ରାଇରଙ୍ଗପୁରର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଜନସାଧାରଣଙ୍କଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଛନ୍ତି...

Sub-Divisional Joint Public Hearing at Rairangpur

Sub-Divisional Joint Public Hearing at Rairangpur Photograph: (sambad.in)

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡ ରାଇରଙ୍ଗପୁରର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲାପାଳ ହେମକାନ୍ତ ସଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ବାମନଘାଟି ଉପଜିଲ୍ଲାପାଳ ସୌମ୍ୟରଞ୍ଜନ ପ୍ରଧାନ,ଜିଲ୍ଲା ଆରକ୍ଷୀ ଅଧିକ୍ଷକ  ବରୁଣ ଗୁଣ୍ଟୁପାଲି,ରାଇରଙ୍ଗପୁର ବନଖଣ୍ଡ ଅଧିକାରୀ ଶିବ ପ୍ରସାଦ ରଥ ଓ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଗୋକୁଳାନନ୍ଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ ।

ଜିଲ୍ଲାପାଳ ଜନସାଧାରଣଙ୍କଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ। ଶିବିରରେ ଜନସାଧାରଣଙ୍କଠାରୁ ମୋଟ ୧୦୮ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୮୮ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୨୦ଟି  ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା ।

ସେଥିମଧ୍ୟରୁ ଆପତ୍ତି ଅଭିଯୋଗର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ୨ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ହଜାର ଟଙ୍କା ଲେଖାଏଁ ପ୍ରଦାନ କରି ତତ୍କାଳ ସମାଧାନ କରିଥିଲେ । 

ଅଧିକ ପଢ଼ନ୍ତୁ: ଏସବୁ କାମ ଶେଷ ହୋଇଥିଲେ ଆଜି ‌ଲୋକେ ହଇରାଣ ହୋଇ ନଥାଆନ୍ତେ: କଂଗ୍ରେସ ସାଂସଦ

ଏହି ଶିବିରରେ ବାମନଘାଟି ଉପଖଣ୍ଡର ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ,ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ଶିବିର ପରିଚାଳନା କରିଥିଲେ ।

ଅଧିକ ପଢ଼ନ୍ତୁ: ଅଶ୍ଲୀଳ ପ୍ରଶ୍ନ ପାଇଁ କ୍ଷମା ମାଗିଲେ ରଣବୀର ! ଜାଣନ୍ତୁ ପୂରା ଘଟଣା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe