ଭୁବନେଶ୍ବର: ଶନିବାର ବିଧାନସଭାର ଚତୁର୍ଥ ଅଧିବେଶନର ତୃତୀୟ ଦିନରେ ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାରେ ମହିଳାଙ୍କୁ ସ୍ବାବଲମ୍ବୀ କରିବାକୁ ମିଳୁଥିବା ଟଙ୍କା ପ୍ରସଂଗରେ ନିଜର ଉତ୍ତର ରଖିଛନ୍ତି।
ପ୍ରଭାତି ପରିଡ଼ାଙ୍କ କହିବାନୁସାରେ, ୩ ଲକ୍ଷ ୯୯ ହଜାର ୩୫୨ ଜଣ ମହିଳା ସୁଭଦ୍ରା ତୃତୀୟ କିସ୍ତିରୁ ବାଦ ପଡିଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତିରୁ ବାଦ ପଡିଛନ୍ତି ୧ ଲକ୍ଷ ୮୩ ହଜାର ୭୮୫ ଜଣ। ସୁଭଦ୍ରା ପ୍ରଥମ କିସ୍ତିରେ ୧ କୋଟି ୨ ଲକ୍ଷ ୮୦ ହଜାର ୯୨ ଜଣ ମହିଳା ଉପକୃତ ହୋଇଥିଲେ। ଦ୍ବିତୀୟ କିସ୍ତିରେ ୧ କୋଟି ୯୬ ହଜାର ୩୦୭ ଜଣ ମହିଳାଙ୍କୁ ଟଙ୍କା ପ୍ରଦାନ କରାଯାଇଥିଲା। ମାତ୍ର ତୃତୀୟ କିସ୍ତି ପାଇଛନ୍ତି ୯୬ ଲକ୍ଷ ୯୬ ହଜାର ୯୫୫ ଜଣ। ମୋଟ୍ ୧ କୋଟି ୯ ଲକ୍ଷ ୮୭ ହଜାର ୮୯୪ ଜଣ ସୁଭଦ୍ରା ଟଙ୍କା ପାଇବାକୁ ଆବେଦନ କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)
/sambad/media/media_files/2025/09/20/new-project-40-2025-09-20-12-10-58.jpg)