ଭୁବନେଶ୍ୱର: ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆଜି ସୁଭଦ୍ରା ସୋସାଇଟିର ଚତୁର୍ଥ ପରିଚାଳନା ପରିଷଦ ବୈଠକ ଉନ୍ନୟନ କମିସନର୍ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ରାଖି ପୂର୍ଣ୍ଣିମା ଅର୍ଥାତ୍ ଅଗଷ୍ଟ ୯ରେ ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ ପ୍ରସ୍ତାବକୁ ଏହି ବୈଠକରେ ଅନୁମୋଦନ ମିଳିଛି। ସୁଭଦ୍ରା ଯୋଜନାର ଅଦ୍ୟାବଧି ପ୍ରଶାସନିକ ଓ ଆନୁଷଙ୍ଗିକ ଖର୍ଚ୍ଚକୁ ମଧ୍ୟ ଏହି ବୈଠକରେ ଅନୁମୋଦନ କରାଯାଇଛି। ‘ଓଡ଼ିଶାର ଜିଲ୍ଲାଗୁଡ଼ିକରେ ସୁଭଦ୍ରାର ପ୍ରଭାବ’ ବିଷୟ ଉପରେ ନୂଆଦିଲ୍ଲୀର ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ପବ୍ଲିକ୍ ଆଡ୍ମିନିଷ୍ଟ୍ରେସନ୍ (ଆଇଆଇପିଏ) ଦ୍ୱାରା ହେବାକୁ ଥିବା ଅଧ୍ୟୟନର ପ୍ରସ୍ତୁତି ଓ ପ୍ରକ୍ରିୟା ଉପରେ ଏହି ଅବସରରେ ଉପସ୍ଥାପନା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ସବୁ ବର୍ଗର ସୁଭଦ୍ରା ହିତାଧିକାରୀଙ୍କ ଉପରେ ସୁଭଦ୍ରା ସହାୟତାର ପ୍ରଭାବ, ଏହାର ଉପଯୋଗ ଓ ଡିଜିଟାଲ୍ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ସମ୍ବନ୍ଧରେ ବିଶଦ ଆଲୋଚନା ହୋଇଥିଲା। ପୂର୍ବରୁ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ, ସମ୍ବଲପୁରର ଆଇଆଇଏମ୍ ସହଯୋଗରେ ଜୁଲାଇ ମାସ ପ୍ରଥମ ସପ୍ତାହରୁ କଲେଜ ଛାତ୍ରୀମାନଙ୍କ (ସୁଭଦ୍ରା ସମୀକ୍ଷା) ଦ୍ୱାରା କ୍ଷେତ୍ର ସର୍ବେକ୍ଷଣ କରାଯିବାର ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଆଇଆଇଏମ୍ ଅନୁଷ୍ଠାନ ତଥ୍ୟ ଅଧ୍ୟୟନ, ଉପକରଣ, ତାଲିମ ଓ ବିଶ୍ଲେଷଣ ପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବ। ସୁଭଦ୍ରା ସହାୟତାର ସଠିକ୍ ଉପଯୋଗ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ହିତାଧିକାରୀମାନଙ୍କ ଦକ୍ଷତା ବିକାଶ ଉପରେ ଗୁରୁତ୍ୱ ଦିଆଯାଇ ଦକ୍ଷତା ବିକାଶ ବିଭାଗ ସହ ଆଲୋଚନା ମଧ୍ୟ କରାଯାଇଛି। ସୁଭଦ୍ରା ସହାୟତାର ଉପଯୋଗକୁ ନିରନ୍ତର ଭାବେ ସମୀକ୍ଷା କରାଯିବ ବୋଲି ଏହି ବୈଠକରେ ନିଷ୍ପତ୍ତି ନିଆଯାଇଅଛି। ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା, ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ ଓ ବିଭାଗୀୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।
ରାଖି ପୂର୍ଣ୍ଣିମାରେ ସୁଭଦ୍ରା ତୃତୀୟ କିସ୍ତି
ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆଜି ସୁଭଦ୍ରା ସୋସାଇଟିର ଚତୁର୍ଥ ପରିଚାଳନା ପରିଷଦ ବୈଠକ ଉନ୍ନୟନ କମିସନର୍ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ରାଖି ପୂର୍ଣ୍ଣିମା ଅର୍ଥାତ୍ ଅଗଷ୍ଟ ୯ରେ...
/sambad/media/media_files/2025/06/26/new-sdg-2025-06-26-13-44-05.jpg)