ଭୁବନେଶ୍ବର : ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଛି। ଏହି ଉପଲେକ୍ଷ ସକାଳେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ଭିଏସ୍ଏସ୍ ନଗରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ଏବଂ ରସୁଲଗଡ଼ ଛକସ୍ଥିତ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହା ପରେ ପିସିସି କାର୍ଯ୍ୟାଳୟ ପରିସରରେ ଉଭୟ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହି ଅବସରରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଦେଶର ସ୍ବାଧୀନତା ସଂଗ୍ରମାରେ ସୁଭାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ବରିଷ୍ଠ କଂଗ୍ରେସ ନେତା ଶରତ ପଟ୍ଟନାୟକ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, କିଶୋର ଜେନା, ମନୋରଞ୍ଜନ ଦାଶ, ରଶ୍ମୀ ମହାପାତ୍ର, ଚିନ୍ମୟ ସୁନ୍ଦର ଦାସ, ରଜନୀ ମହାନ୍ତି, ଦୀପକ ମହାପାତ୍ର, ସତବ୍ରତ ନାୟକ, ମାନସ ଆଚାର୍ଯ୍ୟ ଓ ଲିଙ୍ଗରାଜ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।
ପିସିସି ପକ୍ଷରୁ ସୁଭାଷ ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ
Advertisment
Follow Us