ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀମାନଙ୍କ ସଫଳତା

Advertisment
ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀମାନଙ୍କ ସଫଳତା

ଭୁବନେଶ୍ବର: ୨୦୨୪ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇଛି। ଉକ୍ତ ପରୀକ୍ଷାରେ ବିଦ୍ୟା ଭାରତୀ, ଶିକ୍ଷା ବିକାଶ ସମିତି, ଓଡ଼ିଶାଙ୍କ ଦ୍ୱାରା ପରିଚାଳିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀମାନେ ଅପୂର୍ବ ସଫଳତା ହାସଲ କରିଛନ୍ତି। ଏନେଇ ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ୩୦୪ଟି ଶିଶୁ ବିଦ୍ୟା ମନ୍ଦିରରୁ ମୋଟ ୧୫୬୨୬ ଜଣ ପରୀକ୍ଷା ଦେଇଥିବା ବେଳେ ସେଥିମଧ୍ୟରୁ ୧୫୬୧୬ ଜଣ (୯୯.୯୪%) ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ନୀଳକଣ୍ଠନଗର, ବ୍ରହ୍ମପୁରର ଛାତ୍ର ଆୟୂଷ ଆଶୁତୋଷ ବେହେରା ୫୮୨ (୯୭%) ନମ୍ବର ରଖି ପ୍ରଥମ ସ୍ଥାନ ହାସଲ କରିଛନ୍ତି।

publive-image

ସେହିପରି ଶିକ୍ଷାବର୍ଷ ୨୦୨୪ରେ +୨ ବିଜ୍ଞାନ, ବାଣିଜ୍ୟ ଓ କଳା ପରୀକ୍ଷାରେ ଶିକ୍ଷା ବିକାଶ ସମିତି, ଓଡ଼ିଶାଙ୍କ ଦ୍ୱାରା ପରିଚାଳିତ ସରସ୍ୱତୀ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରମାନେ ଅଦ୍ଭୁତପୂର୍ବ ସଫଳତା ହାସଲ କରିଛନ୍ତି। ମୋଟ ୧୭୧୬ ଜଣ ପରୀକ୍ଷା ଦେଇଥିବା ବେଳେ ୧୭୦୮ ଜଣ (୯୯.୫୩%) ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe