ରତ୍ନଭଣ୍ଡାର ଖୋଲିବାକୁ ଦାବି କଲେ ସୁଦର୍ଶନ

ଖାଲି ହେଉଛି ଶ୍ରୀମନ୍ଦିର ରାଜକୋଷ

ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ଦାବି କରିଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଏଥିସହ ଭକ୍ତଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଚାରିଦ୍ବାର ଖୋଲିବାକୁ ଶ୍ରୀ ପଟ୍ଟନାୟକ ଦାବି କରିଛନ୍ତି। ଏ ସମ୍ପର୍କିତ ଦାବିପତ୍ର ଶ୍ରୀ ପଟ୍ଟନାୟକ ଗଜପତି ମହାରାଜା ଦିବ୍ୟସିଂହ ଦେବ, ମୁଖ୍ୟ ଶାସନ ସଚିବ ତଥା ଶ୍ରୀମନ୍ଦିର ପରିଚାଳନା କମିଟି କାର୍ଯ୍ୟକାରୀ ଅଧ୍ୟକ୍ଷ ପ୍ରଦୀପ ଜେନା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସ ଓ ସମସ୍ତ ପରିଚାଳନା କମିଟି ସଦସ୍ୟଙ୍କୁ ପ୍ରଦାନ କରିଛନ୍ତି।

ଶ୍ରୀ ପଟ୍ଟନାୟକ କହିଛନ୍ତି, ଗତବର୍ଷ ଅଗଷ୍ଟ ୮ ତାରିଖରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଅନୁଧ୍ୟାନ ପାଇଁ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି କରିଥିଲା। ଏହି ଆଧାରରେ ଶ୍ରୀମନ୍ଦିର ପରିଚାଳନା କମିଟି ରାଜ୍ୟ ସରକାରଙ୍କୁ ରତ୍ନଭଣ୍ଡାର ଖୋଲିବା ପାଇଁ ଅନୁରୋଧ କରିବା ଦରକାର। କାହିଁକି ଏହି ସମ୍ବେଦନଶୀଳ ପ୍ରସଙ୍ଗ ପରିଚାଳନା କମିଟିର ଦୃଷ୍ଟିଗୋଚର କରାଯାଇନି କି ପରିଚାଳନା କମିଟି ବୈଠକ ଏଜେଣ୍ଡାରେ ସ୍ଥାନ ପାଇନି ବୋଲି ଶ୍ରୀ ପଟ୍ଟନାୟକ ପ୍ରଶ୍ନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe