ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ଭାଲୁଡୁଙ୍ଗୁରି ଗ୍ରାମର ତପନ ପଧାନ (୨୫ ବର୍ଷ) ନାମକ ଜଣେ ଯୁବକ ଦେହରେ କିରୋସିନ ଢାଳି ଆତ୍ମହତ୍ୟା କରିଛନ୍ତି। ଶନିବାର ସକାଳ ଘରେ ଏକୁଟିଆ ଥିବା ବେଳେ ସେ କୌଣସି କଥାକୁ ନେଇ ନିଜ ଦେହରେ କିରୋସିନ ଢାଳି ହୋଇ ନିଆଁ ଲଗାଇ ଦେଇଥିଲେ। ଘର ଲୋକ ତୁରନ୍ତ ତାଙ୍କୁ ଉଦ୍ଧାର କରି ବୀରମହାରାଜପୁର ଡାକ୍ତରଖାନା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଅବସ୍ଥା ସଂକଟାପନ୍ନ ହେବାରୁ ଡାକ୍ତର ବୁର୍ଲା ନେବାକୁ ପରାମର୍ଶ ଦେଇଥିଲେ। ବୁର୍ଲା ନେବାକୁ ପ୍ରସ୍ତୁତି ଚାଲିଥିବା ସମୟରେ ତାଙ୍କ ମୃତ୍ୟୁ ହୋଇଥିଲା। ମୃତ ତପନ ଜଣେ ମାନସିକ ରୋଗୀ ବୋଲି ପରିବାର ଲୋକଙ୍କ ପକ୍ଷରୁ କୁହାଯାଇଛି।
କିରୋସିନ ଢାଳି ଯୁବକଙ୍କ ଆତ୍ମହତ୍ୟା
/sambad/media/post_attachments/wp-content/uploads/2020/06/burnt-alive-fire.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)