ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ, ରାତି ୧୧ଟାରେ ବେଶଓଲାଗି

ପୁରୀ: ଶ୍ରୀଜିଉମାନେ ତିନି ରଥରେ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି । ସେବାୟତମାନଙ୍କର ଦ୍ୱାରା ଶ୍ରୀଜିଉମାନଙ୍କୁ ସୁନା ଅଳଙ୍କାରରେ ସଜାଯାଇଛି । ଶ୍ରୀଜିଉଙ୍କ ସୁନାବେଶ ପାଇଁ ରତ୍ନଭଣ୍ଡାରରୁ ଆଭୂଷଣ ଆସିଛି । କିରିଟି, ଶ୍ରୀପୟର, ଶ୍ରୀଭୂଜ, ଚନ୍ଦ୍ର-ସୂର୍ଯ୍ୟ, ଚକ୍ର ଆଦି ଆଭୂଷଣ ଆସିଛି ।

ମହାପ୍ରଭୁ ଭକ୍ତମାନଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି । ମହାପ୍ରଭୁଙ୍କ ଏହି ଅପୂର୍ବ ବେଶ ଭକ୍ତଙ୍କୁ ଦେଖିବାକୁ ସୁଯୋଗ ମିଳିଛି । ଚଳିତ ବର୍ଷ କରୋନା କଟକଣା ଯୋଗୁଁ ବଡ଼ଦାଣ୍ଡକୁ ମନା ଥିବାରୁ ଶ୍ରୀଜିଉଙ୍କ ସୁନାବେଶ ଭକ୍ତମାନେ ଟିଭିରେ ଦେଖୁଛନ୍ତି । ରାତି ୧୧ଟାରେ ବେଶଓଲାଗି ହେବ ବୋଲି ଜଣାପଡ଼ିଛି ।

ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ ଅବସରରେ ଆଜି ସକାଳ ୬ଟାରୁ ୬ଟା ୩୦ ମଧ୍ୟରେ ଆଳତି କରାଯାଇଥିଲା । ୭ଟାରେ ମଇଲମ, ୮ଟାରେ ଅବକାଶ, ୯ଟାରେ ବେଶ ଶେଷ, ୧୦ଟାରୁ ୧୦ଟା ୩୦ ଗୋପାଳ ବଲ୍ଲଭ, ୧୧ଟାରୁ ୧୨ଟା ପର୍ଯ୍ୟନ୍ତ ସକାଳ ଧୂପ ନୀତି ଅନୁଷ୍ଠିତ ହୋଇଥିଲା । ସେହିପରି ଅପରାହ୍ନ ୧ଟାରେ ମହାସ୍ନାନ ଓ ସର୍ବାଙ୍ଗ, ୧ଟା ୩୦ରେ ବେଶଶେଷ, ୨ଟାରୁ ୩ଟା ଯାଏଁ ମଧ୍ୟାହ୍ନ ଧୂପ, ୩ଟା ୩୦ରୁ ମଇଲମ, ୪ଟାରେ ମେକାପ ସର୍ବାଙ୍ଗ ନୀତି ହୋଇଥିଲା ।

ସୁନାବେଶ ପରେ ରାତି ୮ଟାରୁ ୯ଟା ମଧ୍ୟରେ ସନ୍ଧ୍ୟା ଧୂପ, ରାତି ୧୧ଟାରୁ ୧୨ଟା ପର୍ଯ୍ୟନ୍ତ ସୁନାବେଶ ମଇଲମ, ରାତି ଚନ୍ଦନ ଲାଗି, ୧ଟାରେ ବଡ଼ସିଂହାର ବେଶ, ୧ଟା ୩୦ରେ ବଡ଼ସିଂହାର ଭୋଗ, ୨ଟାରେ ଶ୍ରୀଗରୁଡ଼ ଶୟନ ଓ ରାତ୍ର ପହୁଡ଼ ନୀତି ଅନୁଷ୍ଠିତ ହେବ ।

ସମ୍ବନ୍ଧିତ ଖବର