ରବିବାର ଛୁଟି ବାତିଲ: ଆସନ୍ତାକାଲି ଖୋଲା ରହିବ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟ

ରବିବାର ଛୁଟି ବାତିଲ: ଆସନ୍ତାକାଲି ଖୋଲା ରହିବ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟ

ଭୁବନେଶ୍ୱର: ବଙ୍ଗୋପ ସାଗରରେ ଲଘୁଚାପ ଯୋଗୁଁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବନ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରବିବାର ଛୁଟି ବାତିଲ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର ରିଲିଫ କମିସନର ବିଷ୍ଣୁପଦ ସେଠୀଙ୍କ ସୂଚନା ଅନୁସାରେ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ। ଏ ନେଇ ସ୍ୱତନ୍ତ୍ର ରିଲିଫ କମିସନର ସେଠୀ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ରବିବାର ଛୁଟି ବାତିଲ କରିବାକୁ କହିଛନ୍ତି। ଚିଠିରେ ସେ ସରକାରୀ କର୍ମଚାରୀଙ୍କୁ ଜିଲ୍ଲା ସଦର ମହକୁମା ଓ ସବ-ଡିଭିଜନ୍‌ ମହକୁମାରେ ଥିବା ସେମାନଙ୍କ କାର୍ଯ୍ୟଳୟରେ ଉପସ୍ଥିତ ରହିବାକୁ କହିଛନ୍ତି।

publive-image

ଲଘୁଚାପ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ଆଗାମୀ ୪୮ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ସମୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ବର୍ଷା ଲାଗି ରହିବ। ତେବେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲା ବ୍ୟତୀତ ପ୍ରାୟ ସବୁ ସହରରେ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

ଏହି ସବୁ ଅଞ୍ଚଳରେ ବର୍ଷା ସହ ୫୦ରୁ ୬୦କିମି ବେଗରେ ପବନ ବହିବା ସହିତ ଉତ୍ତର ଓଡ଼ିଶା ସମେତ ୮ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଶନିବାର ପୂର୍ବାନୁମାନ କରିଛି। ଏହି ଜିଲ୍ଲାମାନଙ୍କ ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼ ଓ ସମ୍ବଲପୁର ରହିଛି। ବର୍ଷା, ପବନ, ବିଜୁଳି ଓ ଘଡ଼ଘଡ଼ି ମାରୁଥିବା ସମୟରେ ଯଦି ଘରୁ ବାହାରିବା ଆବଶ୍ୟକ ପଡେ ତେବେ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ରାଜ୍ୟର ସମସ୍ତ ବନ୍ଦରରେ ତିନି ନମ୍ବର ବିପଦ ସଙ୍କେତ ଦିଆଯାଇଥିବା ବେଳେ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀମାନଙ୍କୁ ଯିବା ପାଇଁ ବାରଣ କରାଯାଇଛି।

ରାଜଧାନୀରେ ବନ୍ୟାର ତାଣ୍ଡବ

ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ସନ୍ଧ୍ୟା ଠାରୁ ପ୍ରବଳ ବର୍ଷା ହେବାରୁ ଚାରି ଆଡେ ଜଳାର୍ଣ୍ଣବ ହୋଇଛି। ଜାତୀୟ ରାଜପଥ ୧୬ ନମ୍ବର ଇସ୍କନ ମନ୍ଦିର ସମ୍ମୁଖରେ ପୂର୍ବ ଦିନ ଗୁଡ଼ିକ ଅପେକ୍ଷା ଆଜି ଭୟଙ୍କର ରୂପ ଦେଖିବାକୁ ମିଳିଛି। ନୟାପଲ୍ଲୀ, ବେହେରାସାହି, ଶାସ୍ତ୍ରୀ ନଗର ଅଞ୍ଚଳରେ ଘର ଭିତରେ ଆଣ୍ଠୁଏ ଲେଖାଏଁ ପାଣି ଭର୍ତ୍ତି ହୋଇଯାଇଛି। ଫଳରେ ଲୋକେ ନାହିଁ ନଥିବା ହଇରାଣ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe