ଗଜପତିର ୨୧ତମ ଶିଶୁକୁ ପୋଷ୍ୟସନ୍ତାନ ଭାବେ ଗ୍ରହଣ କଲେ ସୁନ୍ଦରଗଡ଼ ଦମ୍ପତି

ଗଜପତିର ୨୧ତମ ଶିଶୁକୁ ପୋଷ୍ୟସନ୍ତାନ ଭାବେ ଗ୍ରହଣ କଲେ ସୁନ୍ଦରଗଡ଼ ଦମ୍ପତି

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୨୧ତମ ଶିଶୁକୁ ଜିଲ୍ଲାପାଳ ଅନୁପମ ଶାହା ପୋଷ୍ୟ ସନ୍ତାନ ଭାବେ ସୁନ୍ଦରଗଡ଼ର ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ଲକ୍‌ଡାଉନ୍ ଓ ସଟ୍‌ଡାଉନ୍ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ଅସହାୟ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାର ପାରଳାଖେମୁଣ୍ଡିରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିସାନ ସାଲୋମରେ ରଖାଯିବା ସହ ସେମାନଙ୍କର ପୋଷ୍ୟ ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା। ପରବର୍ତ୍ତୀ ସମୟରେ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି, ଗଜପତି ଆଇନତଃ ମୁକ୍ତ ଘୋଷଣା କରିଥିଲେ। ଯାହାଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତିଙ୍କ ପାଖକୁ ଯାଇପାରିବ। ପୋର୍ଟାଲ୍ ମାଧ୍ୟମରେ ଜଣାଇ ମାସ ମାସ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତି ଶିଶୁକୁ ପସନ୍ଦ କରି ନେବା ପାଇଁ ସ୍ଥିର କରିଥିଲେ। ଏହାସହ ଆବଶ୍ୟକ ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ପ୍ରସ୍ତୁତ କରିଥିଲେ।

ସମସ୍ତ ଦସ୍ତାବିଜକୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ସୁନ୍ଦରଗଡ଼ର ଦମ୍ପତିଙ୍କୁ ହସ୍ତାନ୍ତର କରାଯାଇଛି। ଶିଶୁପୁତ୍ରକୁ ପାଇ ଏହି ଦମ୍ପତି ବେଶ୍‌ ଖୁସି ପ୍ରକାଶ କରିଛନ୍ତି। ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ, ଶିଶୁ ମଙ୍ଗଳ ସମିତି ସଭ୍ୟ ଅଳକା ସାହୁ, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ର କର୍ମକର୍ତ୍ତା ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe