ଲୋକାର୍ପିତ ହେଲା ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ

Advertisment

ଖର୍ଚ୍ଚ ହୋଇଛି ୨୯୪.୮୨ କୋଟି ଟଙ୍କା, ୨ଶହ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲରେ ରହିଛି ଅତ୍ୟାଧୁନିକ ବ୍ୟବସ୍ଥା

ଖର୍ଚ୍ଚ ହୋଇଛି ୨୯୪.୮୨ କୋଟି ଟଙ୍କା, ୨ଶହ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲରେ ରହିଛି ଅତ୍ୟାଧୁନିକ ବ୍ୟବସ୍ଥା

ଲୋକାର୍ପିତ ହେଲା ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ

ରାଉରକେଲା: ଲୋକାର୍ପିତ ହେଲା ବହୁ ପ୍ରତୀକ୍ଷିତ ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜାତି ଉଦ୍ଦେଶ୍ୟରେ ଏହି ଅତ୍ୟାଧୁନିକ ହସ୍ପିଟାଲକୁ ଲୋକାର୍ପିତ କରିଛନ୍ତି l ଲୋକାର୍ପଣ ହେବା ପରେ ରାଷ୍ଟ୍ରପତି ହସ୍ପିଟାଲ ପରିସର ବୁଲି ଦେଖିଛନ୍ତି l ସେ ହସ୍ପିଟାଲର ମଡେଲ ମଧ୍ୟ ଦେଖି ଥିଲେ l ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଇସ୍ପାତ ରାଜ୍ୟ ମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାଶ, ସୁନ୍ଦରଗଡ ସାଂସଦ ଜୁଏଲ ଓରାମ, ସେଲ ଅଧକ୍ଷ୍ୟା ସୋମା ମଣ୍ଡଳ ଓ ଅନ୍ୟ ବରିଷ୍ଟ ଅଧିକାରୀ ଉପସ୍ଥିତ ଥିଲେ l

publive-image

୨୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣରେ ଖର୍ଚ୍ଚ ହୋଇଛି ପ୍ରାୟ ୨୯୫ କୋଟି ଟଙ୍କା। ୪୭୪୨.୬୯ ବର୍ଗ ମିଟର ଜାଗାରେ ସର୍ଭିସ ବ୍ଲକ, କିଚେନ୍‌, ମେଡିକାଲ ଷ୍ଟୋର, ପ୍ରଶାସନିକ ଅଫିସ୍‌, କର୍ମଚାରୀ ଓ ଫ୍ୟାକଲ୍‌ଟି ରୁମ୍‌ ରହିଛି। ଏଥିସହ ୫୨୮୮.୪ ବର୍ଗ ମିଟରର ଅଡିଟୋରିୟମ୍‌, ଏକାଡେମିକ୍‌ ବ୍ଳକ ମଧ୍ୟ ରହିଛି। ଏଥିସହ ସ୍ନାୟୁଜନିତ ରୋଗ (ନ୍ୟୁରୋଲୋଜି), ସ୍ନାୟୁବିକ ଅସ୍ତ୍ରୋପଚାର ( ନ୍ୟୁରୋ ସର୍ଜରୀ), ଯକୃ୍ତଜନିତ ରୋଗ (ନେଫ୍ରୋଲୋଜି), ହୃଦରୋଗ (କାର୍ଡିଓଲୋଜି), ହୃ୍ଦରୋଗ ଅସ୍ତ୍ରୋପଚାର (କାର୍ଡିଓଲୋଜି-ଥୋରାସିସ୍‌ ସର୍ଜରୀ) । ଏଥିସହ ଏଣ୍ଡୋସ୍‌ସ୍ପୋପି, ପ୍ରାଇଭେଟ୍‌ ୱାର୍ଡ, ୩ ଟେଲ୍‌ସା ଏମ୍‌ଆର୍‌ଆଇ, ସିଟି ସ୍କାନ୍‌, ଲ୍ୟାବ୍‌, ସିଆର୍‌ଆର୍‌ଟି ମେସିନ୍‌ ସମେତ ୫ଟି ଅତ୍ୟାଧୁନିକ ଅପରେସନ୍‌ ଥିଏଟର ରହିଛି।

‌ସେହିପରି ଆପତ୍ତିକାଳୀନ ସୁବିଧା, ଆଇସିୟୁ, ଏନ୍‌ଆଇସିୟୁ, ପିଆଇସିୟୁ ଆଦି ବିଭାଗ ରହିଛି। ଅନୁରୂପ ଭାବେ ୫୦୦ ଲୋକ ବସିବା ପାଇଁ ଅଡିଟୋରିୟମ୍‌, ଏକାଡେମିକ୍‌ ବ୍ଲକ, ୪ଟି ଲେକ୍‌ଚର ଥିଏଟର, ଲାଇବ୍ରେରୀ, ସମ୍ମିଳନୀ କକ୍ଷ ଆଦି ରହିଛି। ରାଉରକେଲାରେ ବସବାସ କରୁଥିବା ପ୍ରାୟ ଛଅ ଲକ୍ଷ ଲୋକଙ୍କ ସମେତ ପଡୋଶୀ ଜିଲ୍ଲା ଓ ରାଜ୍ୟର ଲକ୍ଷ ଲକ୍ଷ ଜନସାଧାରଣ ରୋଗୀ ଉପକୃତ ହେବେ l

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe