ସାଂସଦ ରାମଚନ୍ଦ୍ର ହାଁସଦାଙ୍କୁ ସୁପ୍ରିମକୋର୍ଟରେ ଜାମିନ ମିଳିଲା

ନୂଆଦିଲ୍ଲୀ : ନବଦିଗନ୍ତ କ୍ୟାପିଟାଲ ସର୍ଭିସେସ୍ ଲିମିଟେଡ୍ ଚିଟଫଣ୍ଡ ଠକେଇ ଘଟଣାରେ ଗିରଫ ହୋଇ ଜେଲରେ ଥିବା ମୟୂରଭଞ୍ଜ ସାଂସଦ ରାମଚନ୍ଦ୍ର ହାଁସଦାଙ୍କୁ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଓଡ଼ିଶା ହାଇକୋର୍ଟରେ ତାଙ୍କର ଜାମିନ ଆବେଦନ ଖାରଜ ହେବା ପରେ ସେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ମାମଲାର ବିବରଣୀରୁ ପ୍ରକାଶ ଯେ ନବଦିଗନ୍ତ ଗ୍ରୁପ୍ ଅଫ୍ କମ୍ପାନିଜ ସହିତ ଜଡିତ ଥିବା ଶ୍ରୀ ହାଁସଦାଙ୍କୁ ସିବିଆଇ ୨୦୧୪, ନଭେମ୍ବର ୪ରେ ଗିରଫ କରିଥିଲା। ତାଙ୍କ ସହିତ ନବଦିଗନ୍ତର ପ୍ରମୁଖ ଅଧିକାରୀ ଏବଂ ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ଓ ହିତେଶ ବଗର୍ତ୍ତିଙ୍କୁ ମଧ୍ୟ ସିବିଆଇ ଗିରଫ କରିଥିଲା। ୨୦୧୫, ଫେବ୍ରୁଆରି ୧୯ରେ ଉପରୋକ୍ତ ୩ ଜଣଙ୍କ ସହିତ ନବଦିଗନ୍ତ ସିଏମଡି ଅଞ୍ଜନ କୁମାର ବଳିୟାରସିଂ, ନିର୍ଦ୍ଦେଶକ ପ୍ରଦୀପ ପଟ୍ଟନାୟକ, କାର୍ତ୍ତିକେୟ ପରିଡ଼ାଙ୍କ ବିରୋଧରେ ସିବିଆଇ ଅଦାଲତରେ ଚାର୍ଜସିଟ୍ ଦାଖଲ କରିଥିଲା।

ସମ୍ବନ୍ଧିତ ଖବର