ବାଚସ୍ପତି ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ରଣପୁର ବିଧାୟିକା ସୁରମା ପାଢୀ

Advertisment
ବାଚସ୍ପତି ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ରଣପୁର ବିଧାୟିକା ସୁରମା ପାଢୀ

ଭୁବନେଶ୍ବର: ରଣପୁର ବିଧାୟିକା ସୁରମା ପାଢୀ ହେବେ ବାଚସ୍ପତି। ତାଙ୍କୁ ଆଜି ବିଜେପି ବିଧାୟକ ଦଳର ବୈଠକରେ ବାଚସ୍ପତି ପଦ ଲାଗି ମନୋନୀତ କରାଯାଇଛି। ଏହାପରେ ଶ୍ରୀମତୀ ପାଢୀ ବାଚସ୍ପତି ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କର ପ୍ରାର୍ଥୀପତ୍ର ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସମେତ କେତେକ ବିଧାୟକ ଓ ମନ୍ତ୍ରୀ ଉପସ୍ଥିତ ଥିଲେ।

ଆଜି ବାଚସ୍ପତି ପ୍ରାର୍ଥୀ ପାଇଁ ବିଜେପିର ବିଧାୟକ ଦଳ ବୈଠକ ବସିଥିଲା। କାହାକୁ ବାଚସ୍ପତି ପ୍ରାର୍ଥୀ କରାଯିବ ସେନେଇ ଦୀର୍ଘସମୟ ଧରି ମାନସମନ୍ଥନ ଚାଲିଥିଲା। ଏହି ବୈଠକରେ ସର୍ବସମ୍ମତି କ୍ରମେ ସୁରମା ପାଢୀଙ୍କ ନାଁରେ ମୋହର ବାଜିଥିଲା। ବିଧାୟକ ଦଳ ବୈଠକ ପରେ ସୁରମା ପାଢୀଙ୍କ ନାଁ ଘୋଷଣା ହୋଇଥିଲା। ବିଧାନସଭାରେ ବିଜେପିର ଆବଶ୍ୟକୀୟ ସଂଖ୍ୟା ଥିବାରୁ ସୁରମା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ଏକପ୍ରକାର ସ୍ପଷ୍ଟ ହୋଇଛି। ଏଣେ ବିରୋଧୀ ଦଳ ପକ୍ଷରୁ  କାହାରିକୁ ବାଚସ୍ପତି ପ୍ରାର୍ଥୀ ଭାବେ ମୈଦାନକୁ ଓହ୍ଲାଯାଇନଥିବାରୁ ସୁରମା ପାଢୀ  ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ। କେବଳ ଔପଚାରିକ ଘୋଷଣାକୁ ଅପେକ୍ଷା ରହିଛି।

ସୂଚନାଯୋଗ୍ୟ, ରଣପୁର ବିଧାୟିକା ସୁରମା ପାଢୀ ୨୦୦୪ରୁ ୨୦୦୯ ଯାଏଁ ମେଣ୍ଟ ସରକାରରେ ମନ୍ତ୍ରୀ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe