ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ

Advertisment

ବିଜେପି ମୁଖ୍ୟାଳୟରେ ସମ୍ବର୍ଦ୍ଧିତ କରାଗଲା

ବିଜେପି ମୁଖ୍ୟାଳୟରେ ସମ୍ବର୍ଦ୍ଧିତ କରାଗଲା

ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ବର : ଧାମନଗରର ନବନିର୍ବାଚିତ ବିଜେପି ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଧାୟକ ଭାବେ ଶପଥ ଗ୍ରହଣ କରାଇଛନ୍ତି। ବାଚସ୍ପତିଙ୍କ ପ୍ରକୋଷ୍ଠରେ ଆୟୋଜିତ ଶପଥ ଗ୍ରହଣ କାର୍ଯ୍ୟକ୍ରମ‌ରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ସୂରଜ ବୁଧବାର ପୂର୍ବାହ୍ନରେ ବିଧାନସଭାରେ ପହଞ୍ଚିବାପରେ ବିଧାନସଭା ପାହାଚରେ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଥିଲେ।

ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ସୂରଜଙ୍କୁ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଶୁଭେଚ୍ଛା ଓ ସମ୍ବର୍ଦ୍ଧନା ଦିଆଯାଇଥିଲା। ବିଜେପିର କୋର୍‌ କମିଟି (କେନ୍ଦ୍ରୀୟ ନେତା) ବି ସୂରଜଙ୍କୁ ଏକ ଭର୍ଚୁଆଲ ବୈଠକରେ ଶୁଭେଚ୍ଛା ଜଣାଇଥିଲେ। ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବରେ ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ସାଧାରଣ ସମ୍ପାଦକ (ସଂଗଠନ)ମାନସ ମହାନ୍ତି,ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାରଙ୍କ ସମେତ ବହୁ ବିଜେପି ନେତା ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe