ସୁସ୍ମିତା ଓ ସୁବ୍ରତ ବାଗ୍‌ଚୀ ପୁଣି ଦେଲେ ସାଢ଼େ ସାତ କୋଟି

Advertisment
ସୁସ୍ମିତା ଓ ସୁବ୍ରତ ବାଗ୍‌ଚୀ ପୁଣି ଦେଲେ ସାଢ଼େ ସାତ କୋଟି

Update Odisha

ଭୁବନେଶ୍ୱର : ‘ମୋ ସ୍କୁଲ’ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଓ ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସାଢେ ସାତକୋଟି ଟଙ୍କା ଦାନ କରିଛନ୍ତି। କୋଭିଡ୍ ଦ୍ବାରା ପ୍ରଭାବିତ ପୁରୀ ଜିଲ୍ଲାର ଅସହାୟା ବୃଦ୍ଧା ମହିଳାମାନଙ୍କ ପାଇଁ ଏହି ଅର୍ଥବିନିଯୋଗ ହେବ। ମୁଖ୍ୟମନ୍ତ୍ରୀ ଆଜି ଉଭୟଙ୍କୁ ଏଥିପାଇଁ ଧନ୍ୟବାଦ ଜଣାଇଥିଲେ। ଭିଡିଓ କନଫରେନ୍ସି ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ଚେକ୍‌ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ତରଫରୁ ସେ ଧନ୍ୟବାଦ ପତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ଶ୍ରୀମତୀ ବାଗ୍‌ଚୀ କହିଥିଲେ, ଜଗନ୍ନାଥ ମନ୍ଦିର ବନ୍ଦ ହେବା ପରେ ମନ୍ଦିର ନିକଟରେ ଓ ପୁରୀ ସହରରେ ଛୋଟ ଛୋଟ ଦୋକାନ କରି ପେଟ ପୋଷୁଥିବା ମା’ ମାଉସୀ ମାନଙ୍କ ସହାୟତା ପାଇଁ ଏହି ଅନୁଦାନ ପ୍ରଦାନ କରି ନିଜକୁ ଧନ୍ୟ ମନେ କରୁଛନ୍ତି। ସେହିପରି ଶ୍ରୀ ବାଗ୍‌ଚୀ କହିଥିଲେ, ଏହି ଅନୁଦାନ ପ୍ରଦାନ କରି ସେମାନେ ନିଜକୁ ଅତ୍ୟନ୍ତ ସମ୍ମାନିତ ମନେ କରୁଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସେମାନଙ୍କର ଏହି ଛୋଟ ସହାୟତା ଗ୍ରହଣ କରିଥିବାରୁ ସେ ତାଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ। ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ କହିଥିଲେ ଯେ ଜିଲ୍ଲାର ଅସହାୟ ମହିଳା ମାନଙ୍କ କଲାଣ ପାଇଁ ଏହି ଅର୍ଥ ବିନିଯୋଗ ହେବ।

ଉଲ୍ଲେଖଯୋଗ୍ୟ, ପୂର୍ବରୁ ସେମାନେ ବଲାଙ୍ଗୀର ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଥିବା ମହିଳା ମାନଙ୍କ ପାଇଁ ଅଢ଼େଇ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିସନର, ଗୃହ ବିଭାଗର ପ୍ରମୁଖ ଶାସନ ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ ଟି) ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe