ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ

ଯୋଡ଼ା : କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ଜଜାଙ୍ଗ ଖଣି କମ୍ପାନି କଲୋନିରେ ଗତକାଲି ଜଣେ ଗାଡ଼ି ଚାଳକଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଭୁବନାନନ୍ଦ ମହାନ୍ତ (୪୧)। ତାଙ୍କ ଘର ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଅଞ୍ଚଳରେ ବୋଲି ଜଣାପଡ଼ିଛି।

ପୁଲିସ ସୂଚନା ଅନୁସାରେ, ଭୁବନାନନ୍ଦ ଏକ ଠିକାସଂସ୍ଥାରେ ଗାଡ଼ି ଚାଳକ ଭାବେ କାର୍ଯ୍ୟ କରୁଥିଲେ। ଗତକାଲି ଖଣିରୁ କାମ ସାରି ନିଜ କ୍ୱାର୍ଟର୍ସକୁ ଆସିଥିଲେ। ସେ ଗାଧୁଆଘରେ ପଡ଼ିଯାଇ ହଠାତ୍‌ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ଯୋଡ଼ାସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଟାଟାଷ୍ଟିଲ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଡ଼ବିଲ ଡାକ୍ତରଖାନା ପଠାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

ସମ୍ବନ୍ଧିତ ଖବର