ଝାରସୁଗୁଡ଼ା : ଗୁରୁବାର ଦିନ ସଦର ଥାନା ଅନ୍ତର୍ଗତ ଏକାତାଲିର ଜଣେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ ପରଦେଶୀ ଧରୁଆ(୫୬)। ସୂଚନା ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଥିବା ବେଳେ ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୁଲିସ କହିଛି।
ସୂଚନା ଅନୁସାରେ, ଶ୍ରୀ ଧାରୁଆ ଗୁରୁବାର ଦିନ କାମ କରିବାକୁ ଯାଇ ଅପରାହ୍ନରେ ଘରକୁ ଫେରିଥିଲେ। ଘରେ ପହଞ୍ଚିବା ପରେ ତାଙ୍କର ଝାଡ଼ାବାନ୍ତି ଆରମ୍ଭ ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/dead-f-1.jpg)