ସ୍ବପ୍ନାରାଣୀ ସ୍ବାଇଁ ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନିର୍ବାଚିତ

ପୁରୀ: ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ୨୯ ନଂ ଜୋନର ଶ୍ରୀମତୀ ସ୍ବପ୍ନାରାଣୀ ସ୍ବାଇଁ ନିର୍ବାଚିତ ହୋଇଛନ୍ତି । ସେ ବିଜୁ ଜନତା ଦଳ ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ତାଙ୍କ ସପକ୍ଷରେ ୩୦ ଜଣ ମତଦାନ କରିଥିଲେ । ତାଙ୍କ ବିପକ୍ଷରେ ୩୨ ନଂ ଜୋନର ଭାରତୀୟ ଜନତା ପାର୍ଟିର ପ୍ରାର୍ଥିନୀ ଶ୍ରୀମତୀ ବିଷ୍ଣୁପ୍ରିୟା ବରାଳ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ସେ ତିନି ଖଣ୍ତ ଭୋଟ ପାଇଥିଲେ । ଆଜି ସକାଳ ସାଢେ ୧୦ ଘଟିକା ସମୟରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ନବ ନିର୍ବାଚିତ ଜିଲ୍ଲା ପରିଷଦ ସଦସ୍ୟା ସଦସ୍ୟ ମାନଙ୍କୁ ଶପଥ ପାଠ କରାଇଥିଲେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା ନିର୍ବାଚନ ପରିଚାଳନା କରିଥିଲେ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀ ଚିନ୍ମୟ କୁମାର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ ।

ସମ୍ବନ୍ଧିତ ଖବର