ମ୍ୟାଲେରିଆ ପ୍ରତିହତ ପାଇଁ ଆଗୁଆ ପ‌ଦକ୍ଷେପ ନିଅ

ଭୁବନେଶ୍ବର : ରାଜ୍ୟରେ କ୍ରମାଗତ ଭାବେ ମ୍ୟାଲେରିଆ ସଂକ୍ରମଣ ହ୍ରାସ ପାଉଛି। ତେଣୁ ଚଳିତ ବର୍ଷ ସମ୍ଭାବ୍ୟ ମ୍ୟାଲେରିଆ ସଂକ୍ରମଣ ପ୍ରତିରୋଧ ପାଇଁ ଆଗୁଆ ପଦକ୍ଷେପ ନେବାକୁ ଆନ୍ତଃ ବିଭାଗୀୟ ସମନ୍ବୟ ବୈଠକରେ ନିର୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ‌ଲୋକସେବା ଭବନରୁ ଡିଜିଟାଲ ମୋଡ୍‌ରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମ୍ୟାଲେରିଆ ନିରାକରଣ ନେଇ ବିଗତ ବର୍ଷମାନଙ୍କରେ ନିଆଯାଇଥିବା ପଦକ୍ଷେପ ଓ ସ୍ଥିତି ସଂପର୍କରେ ଆଲୋଚନା ହୋଇଥିଲା। ଶିଳ୍ପାଞ୍ଚଳ, ଖଣିଖାଦାନ ଅଞ୍ଚଳ, ଗ୍ରାମାଞ୍ଚଳ ଓ ଜଙ୍ଗଲ ଅଞ୍ଚଳରେ ଥିବା ଜନବସତି ଉପରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ବୈଠକରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ଉନ୍ନୟନ କମିସନର ପ୍ରଦୀପ କୁମାର ଜେନା, ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ, ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ମଧୁସୂଦନ ପାଢ଼ୀ, ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଦେଓରଂଜନ କୁମାର ସିଂ, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି.ମାଥିଭାଥାନନ୍, ଜାତୀୟ ସ୍ବାସ୍ଥ୍ୟ ମିସନର ନିର୍ଦେଶିକା ଶାଳିନୀ ପଣ୍ଡିତ, ଜନସ୍ବାସ୍ଥ୍ୟ ନିର୍ଦେଶକ ଡା. ନିରଞ୍ଜନ ମିଶ୍ର ଓ ଅନ୍ୟମାନେ ଯୋଗ ଦେଇଥିଲେ।

ସମ୍ବନ୍ଧିତ ଖବର