ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ କରୋନା ପଜିଟିଭ

ତାଳଚେର/ଭୁବନେଶ୍ବର: ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ କରୋନା ସଂକ୍ରମିତ ହୋଇଛନ୍ତି। ବିଧାୟକ ଶ୍ରୀ ପ୍ରଧାନ ନିଜେ ଏହା ଟ୍ବିଟ୍‌ କରି ଜଣାଇଛନ୍ତି। ତେବେ ସେ ଏବେ ସୁସ୍ଥ ଅଛନ୍ତି ବୋଲି ପ୍ରକାଶ କରିଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି କରୋନା ପରୀକ୍ଷା କରାଇନେବାକୁ ସେ ଅନୁରୋଧ କରିଛନ୍ତି। ଡାକ୍ତରଙ୍କ ପରାମର୍ଶ ପରେ ବିଧାୟକ ଶ୍ରୀ ପ୍ରଧାନ ଭୁବନେଶ୍ବର କ୍ବାର୍ଟର୍ସରେ ସଙ୍ଗରୋଧରେ ରହିଥିବା ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

 

ସୂଚନାଯୋଗ୍ୟ, ରାଜ୍ୟର ବହୁ  ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ପାଟଣଗଡ଼ ବିଧାୟକ ସରୋଜ ମେହେର, ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନୀ, ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ ରାଉତ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଓ ବରୀ ବିଧାୟିକା ସୁନନ୍ଦା ଦାସ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ ସାଂସଦ ସୁରେଶ ପୂଜାରୀ ଓ  ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ।

ଏହା ପୂର୍ବରୁ ରାଜ୍ୟର ପ୍ରଥମ ମନ୍ତ୍ରୀ ଭାବେ ସୁଶାନ୍ତ ସିଂ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ। ସେହିପରି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ରାଜ୍ୟ ଶିଶୁ ଓ ମହିଳା ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ଖାଦ୍ୟ ଯୋଗାଣ, ଉପଭୋକ୍ତା କଲ୍ୟାଣ ତଥା ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ସଂକ୍ରମିତ ହୋଇଥିବା ହୋଇଛନ୍ତି ।

ସମ୍ବନ୍ଧିତ ଖବର