ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଡ୍ରାଇଭର୍‌ ସଂଘ ସହ ଆଲୋଚନା ହେଉ: ଧର୍ମେନ୍ଦ୍ର

Advertisment
ବାବୁ ମାନେ ମୁଖ୍ୟମନ୍ତ୍ରୀଙ୍କ ସ୍ଥାନ ନେଇ ସାରିଲେଣି: ଧର୍ମେନ୍ଦ୍ର

ଭୁବନେଶ୍ବର : ଡ୍ରାଇଭର୍‌ଙ୍କ ଆନ୍ଦୋଳନ ପ୍ରସଙ୍ଗରେ ଆଜି ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ଧର୍ମେନ୍ଦ୍ର ପ୍ରଧାନ। ଟ୍ବିଟ୍‌ କରି ସେ କହିଛନ୍ତି ଯେ ଦୁଇ ଦିନ ହେଲା ଡ୍ରାଇଭର ବନ୍ଧୁମାନଙ୍କର ଆନ୍ଦୋଳନ ଆରମ୍ଭ ହୋଇଛି। ଏହା ଦ୍ୱାରା ସାଧାରଣ ଲୋକଙ୍କ ଯାତାୟତ କିଛି ମାତ୍ରାରେ ବାଧାପ୍ରାପ୍ତ ହୋଇଥିବା ଦେଖିବାକୁ ମିଳୁଛି। ମାତ୍ର ଏ ଆନ୍ଦୋଳନ ଆଜିର ନୁହେଁ, ପାଖାପାଖି ବର୍ଷକ ପୂର୍ବରୁ ଆରମ୍ଭ ହୋଇଥିଲା। ସେତେବେଳେ ଡ୍ରାଇଭର ମହାସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା ହୋଇ ଏହି ଆନ୍ଦୋଳନ ସ୍ଥଗିତ ରହିଲା ବୋଲି ଗଣମାଧ୍ୟମରୁ ଜାଣିବାକୁ ପାଇଥିଲି। କିଛି ଦିନ ପୂର୍ବରୁ ସମାନ ଦାବିକୁ ଦୋହରାଇ ଡ୍ରାଇଭର ବନ୍ଧୁମାନେ ଦଣ୍ଡବତ ଯାତ୍ରା କରିଥିଲେ।

ଡ୍ରାଇଭର ବନ୍ଧୁମାନଙ୍କର ସମାଜରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ। ଏମାନେ ସମାଜରେ ଅସ୍ପୁର୍ଶ୍ୟ ନୁହନ୍ତି। ସେମାନେ ଆମମାନଙ୍କ ମଧ୍ୟରୁ ଜଣେ। ତାଙ୍କ ସହ ଭଲ ଭାବେ ରାଜ୍ୟ ସରକାର ଆଲୋଚନା ନ କରି ରାସ୍ତା ବାହାର ନ କରିବା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ। ଡ୍ରାଇଭର ବନ୍ଧୁମାନଙ୍କର ଦାବିକୁ ଗୁରୁତ୍ୱର ସହ ନେଇ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସମସ୍ତ ଡ୍ରାଇଭର ସଂଘ ସହ ଆଲୋଚନା କରି ସମାଧାନର ରାସ୍ତା ବାହାର କରାଯାଉ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe