ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରଲ କରି ଶିକ୍ଷକ ଜେଲ୍‌ ଗଲେ

କଲମପୁର : ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ତଥା କଲମପୁର ବ୍ଲକ ଅନ୍ତର୍ଗତ ବିଜମରା ଗାଁର ଶିକ୍ଷକ ହନୁମତ ମାଝୀ ଜେଲ୍‌ ଯାଇଛନ୍ତି। ଏନେଇ ପୁଲିସ ଏକ ମାମଲା ରୁଜୁ କରି ଶୁକ୍ରବାର ତାଙ୍କୁ କୋର୍ଟ ଚାଲାଣ କରିଥିଲା।

ପୁଲିସ ସୂତ୍ରରୁ ପ୍ରକାଶ ଯେ, ଅଭିଯୁକ୍ତ ଶିକ୍ଷକ ହନୁମତ ମାଝୀ ମୋବାଇଲରେ ‘ଦେଶୀମାଲ’ ନାମରେ ଏକ ହ୍ବାଟ୍‌ସଆପ୍‌ ଗ୍ରୁପ୍‌ ତିଆରି କରି ସେଥିରେ ଜଣେ ବିବାହିତା ମହିଳାଙ୍କ ଅଶ୍ଳୀଳ ଭିଡିଓ ପୋଷ୍ଟ କରିଥିଲେ। ସେହି ଭିଡିଓଟି ଭାଇରାଲ ହୋଇଥିଲା। ଏ ସଂପର୍କରେ ଖବର ପାଇ ସଂପୃକ୍ତ ମହିଳା ଗୁରୁବାର ଜୟପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଜୟପାଟଣା ଥାନା ପୁଲିସ କେସ ନଂ ୫୦/୨୧ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରିଥିଲା। ଶୁକ୍ରବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି ବୋଲି ଥାନା ଅଧିକାରିଣୀ ରଶ୍ମିତା ପ୍ରଧାନ ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର