ଭୁବନେଶ୍ବର: ଜମି କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ରାଜ୍ୟ ସରକାର ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲ୍ସର ସଂଶୋଧନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ବର୍ତ୍ତମାନର ପ୍ରାବଧାନ ଅନୁସାରେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ କିଣିଥିବା ଜମିର ପଟ୍ଟା ବନ୍ଦୋବସ୍ତ ଅଧିକାରୀ କ୍ରେତାଙ୍କ ନାମରେ କରନ୍ତି। କିନ୍ତୁ ଯଦି କୌଣସି କାରଣ ଯୋଗୁ ବନ୍ଦୋବସ୍ତ ପ୍ରକ୍ରିୟାରେ ଏହି ଜମି ପଟ୍ଟା କ୍ରେତାଙ୍କ ନାମରେ କରାଯାଇ ନଥାଏ, ତେବେ କ୍ରେତା ଏଥିପାଇଁ ରାଜସ୍ୱ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ୍ କରିଥାନ୍ତି।
କବଲା, ଜମିଜମା ରେକର୍ଡ ସଂଶୋଧନ କରିପାରିବେ
ନିୟମ ସଂଶୋଧନ ପ୍ରସ୍ତାବକୁ ମୋହର
ଅତ୍ୟଧିକ କାର୍ଯ୍ୟଭାର ଏବଂ ଅନ୍ୟାନ୍ୟ କାରଣ ଯୋଗୁ ଏହି ଅପିଲଗୁଡ଼ିକ ବର୍ଷ ବର୍ଷ ଧରି ଫଇସଲା ନହୋଇ ପଡ଼ି ରହିଥାଏ। କିନ୍ତୁ ଏବେ ଓଡ଼ିଶା ସର୍ଭେ ଆଣ୍ଡ ସେଟେଲମେଣ୍ଟ ରୁଲ୍ସର ସଂଶୋଧନ ଦ୍ବାରା ଏପରି ମାମଲାରେ ଜମି ପଟ୍ଟା କ୍ରେତାଙ୍କ ନାମରେ ରେକର୍ଡ କରିବା ପାଇଁ ସଂପୃକ୍ତ ତହସିଲଦାରମାନେ କ୍ଷମତାପ୍ରାପ୍ତ ହେବେ। ଏହାଦ୍ବାରା ସଂପୃକ୍ତ କ୍ରେତାମାନେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ ବୈଧ ଭାବେ କିଣିଥିବା ଜମିର ଜମି ପଟ୍ଟା ନିଜ ନାମରେ କରିବା ପାଇଁ ସଂପୃକ୍ତ ତହସିଲଦାରଙ୍କ ପାଖରେ ଆବେଦନ କରିପାରିବେ। ସେମାନଙ୍କୁ ରାଜସ୍ବ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ ବା ଆବେଦନ କରିବାକୁ ପଡ଼ିବନି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/11/13/tahasildar-2025-11-13-00-52-56.jpg)